12 ପର୍ମେସରର୍ ବାକିଅ ଜିବନ୍ରଇବାଟା ଆରି ବେସି ବପୁରଇ ଦୁଇବାଟେ ଦାର୍ରଇବା ଗଟେକ୍ ଲାଗନ୍ କାଣ୍ଡା ପାରା । ସେଟା ଆଡର୍ ଗଁଟି ଆରି ଆଡ୍ ବିତ୍ରେ ରଇବାଟା କାଟ୍ସି । ଗଟେକ୍ ଲକର୍ ମନ୍ ବିତ୍ରେ ରଇବା ସବୁ ବିସଇ ବିଚାର୍ କରିପାର୍ସି । ମନ୍ ବିତ୍ରେ ଲୁଚିରଇବା ସବୁ ବିସଇ ମିସା । 13 ପର୍ମେସର୍ଟାନେ କାଇ ବିସଇ ମିସା ଲୁଚିକରି ନ ରଏ । ତାର୍ ଆଁକିଟାନେ ସବୁ ବିସଇ ଉଗାଡି ଅଇରଇଲାପାରା ଆଚେ । କାଇକେବଇଲେ ସେ ସବୁ ବିସଇ, ଗଟେକ୍ ନ ଚାଡିକରି, ସବୁ ଜାନେ । ଆରି ତାର୍ ଲଗେ ଆମେ ଆମର୍ ନିଜର୍ ବିସଇର୍ ଇସାବ୍ ଦେବାର୍ ଆଚେ ।