ସୁବ୍କବରର୍ ବପୁ
16 ୧:୧୬ ମାର୍କ ୮:୩୮ ସେ ସୁବ୍ କବର୍ଟାନେ ମର୍ ପୁରାପୁରୁନ୍ ଆସାଆଚେ, ସେଟା ସିଗ୍ ପର୍ତମେ ଜିଉଦି ଲକ୍ମନର୍ ପାଇ ଆରି ତାର୍ ପଚେ ବିସ୍ବାସ୍ କର୍ବା ଜିଉଦି ନଇଲା ଲକ୍ମନର୍ ପାଇ ପରମେସରର୍ ବଡ୍ ବପୁ । 17 ଲକ୍ମନ୍ ପରମେସରର୍ ଲଗେ କେନ୍ତି ଦରମ୍ ଲକ୍ ବଲାଇ ଅଇ ପାର୍ବାଇ, ତାର୍ ଉପାଇ ତେଇ ଦେକାଇ ଦିଆଅଇଲା ଆଚେ । ଆରାମେ ଅନି ସାରାସାରିଜାକ ମୁକ୍ତି ପାଇବା ଗଟେକ୍ ମାତର୍ ଉପାଇ ଅଇଲାନି, ବିସ୍ବାସ୍ । ସାସ୍ତରର୍ ବାକିଅ ଇସାବେ "ଜେ ବିସ୍ବାସ୍ କରି ପରମେସରର୍ ମୁଆଟେ ଦରମ୍ ବଲାଇ ଅଇସି, ସେ ବଁଚ୍ସି ।"