4 ୬:୪ ରମିୟ ୨:୧୨ସେଟାର୍ପାଇଁ ଡୁବନ୍ ନେଲାପଚେ ଆମେ ତାର୍ ମରନେ ମିସି, ତାର୍ ସଙ୍ଗ୍ ତପି ଅଇଲୁଆଚୁ । ସେ ଜେନ୍ତାରି ବାବାର୍ ଡାକ୍ପୁଟା ବପୁ ସଙ୍ଗ୍ ଆରିତରେକ୍ ଉଟ୍ଲା, ଆମେ ମିସା ସେନ୍ତାରି ନୁଆ ଜିବନ୍ ପାଇକରି ଚଲାଚଲ୍ତି କର୍ବାର୍ ଆଚେ ।
5 କାଇକେବଇଲେ ଆମେ ମରନେ ମିସି ତାର୍ ସଙ୍ଗ୍ ଗଟେକ୍ ଅଇଲୁ ଆଚୁ, ତାକେ ଆରିତରେକ୍ ଉଟ୍ବାତେଇ ମିସା, ତାର୍ ସଙ୍ଗ୍ ଗଟେକ୍ ଅଇକରି ରଇବୁ ।